ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୮୫ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୧୭ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୧୮୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୧ହଜାର ୯୧୭ରେ ପହଞ୍ଚିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମିବାରେ ନାଁ ନେଉନାହିଁ ।






More Stories
ରନ୍ଓ୍ବେରେ ପିଟିହେଲା ବିମାନ…..
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ହତ୍ୟା……
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..