ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ସଙ୍କଟ ପୂର୍ଣ୍ଣ ରହିଛି | ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୫୨ ହଜାର ୯୯୧ ଆକ୍ରାନ୍ତ ଚିହ୍ନଟ ହୋଇ ବେଳେ ୨୮୧୨ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୩ ଲକ୍ଷ ୧୩ହଜାର ୧୬୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୩ ଲକ୍ଷ ୪ ହଜାର ୩୮୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୧୩୬୫୮। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..