ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ କମିଥିବା ବେଳେ ମୃତ୍ୟୁରେ ଲାଗପାରୁନି ବ୍ରେକ୍ । ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୭ ହଜାର ୩୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫୨୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ଦେଶରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୫୪ ଲକ୍ଷ ୯୬ ହଜାର ୩୩୦ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୮୩ ହଜାର ୨୪୮ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୧୯ ଲକ୍ଷ ୮୬ ହଜାର ୩୬୩ ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୨୨୬୭୧୯।






More Stories
ରାଜନାଥ ସିଂହଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ…..
ଦାୟିତ୍ୱ ଗ୍ରହଣ କଲେ ନୂଆ ସ୍ଥଳସେନା ମୁଖ୍ୟ…..
ଆଫଗାନିସ୍ତାନ ଉପରେ ଆକ୍ରମଣ ,୩୬ ମୃତ…..