ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨୦୯ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୦ ଲକ୍ଷ ୩୧ ହଜାର ୯୯୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୧ ହଜାର ୩୩୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୨୭ ଲକ୍ଷ ୧୨ ହଜାର ୭୩୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୨୭୯୨୫।
More Stories
ଧାରା ୩୭୦ ସଂପ୍ରତି ଇତିହାସ, ଫେରିବାର ପ୍ରଶ୍ନ ନାହିଁ….
ସୋମନାଥ ଏକ୍ସପ୍ରେସ ଲାଇନଚ୍ୟୁତ…..
ଦୁର୍ଭିକ୍ଷ ଯୋଗୁଁ ମାରି ଖାଇଗଲେ ୧୫୦ ବଣ୍ୟଜନ୍ତୁ…..