ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨୦୯ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୦ ଲକ୍ଷ ୩୧ ହଜାର ୯୯୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୧ ହଜାର ୩୩୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୨୭ ଲକ୍ଷ ୧୨ ହଜାର ୭୩୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୨୭୯୨୫।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..