ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୦୮,୯୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪,୧୫୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ – ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚିଛି। ସେହି ପରି କରୋନା ଜନିତ ମୃତ୍ୟୁ ୩,୧୧,୩୮୮କୁ ବୃଦ୍ଧି ପାଇଛି । ଦିନକରେ ୨,୯୫,୯୫୫ ସୁସ୍ଥ ହୋଇଥିବା ବେଳେ ମୋଟ ୨,୪୩,୫୦,୮୧୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪,୯୫,୫୯୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି |






More Stories
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..
ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି…..