Report Card Odisha

| Daily Odia News

ଦେଶରେ ଆଜିବି ୩ ଲକ୍ଷ ପରେ କରୋନା ଆକ୍ରାନ୍ତ ଚିହ୍ନଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୭୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ହଜାର ୩୦୭ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ କରୋନା ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୮୨୨୦୪।

Breaking News