Report Card Odisha

| Daily Odia News

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୩୮୦ କରୋନା ଆକ୍ରାନ୍ତ ମୃତ୍ୟୁ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୨୦ ହଜାର ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୮୦ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୬ଲକ୍ଷ ୯୪ ହଜାର ୮୭୯ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୪ ହଜାର ୦୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୫୫୫୨୪୮ ।

Breaking News