Report Card Odisha

| Daily Odia News

ପୁଣି ଚିନ୍ତା ବଢ଼ାଇଲାଣି କରୋନା, ୨୫,୩୧୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଗତ ୨୪ ଘଣ୍ଟା ମଧ୍ୟରେ ୨୫,୩୧୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୧୦.୯ ନିୟୁତ ଟପିଯାଇଛି। ଚଳିତ ବର୍ଷ ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ ସଂଖ୍ୟା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୩୧୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୩,୫୯,୦୪୮ରେ ପହଞ୍ଚିଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୧.୭% ଅଧିକ ଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୪୪୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୬୩୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୯,୮୯,୮୯୭। ସୁସ୍ଥତା ହାର ମଧ୍ୟ ୯୬.୭%କୁ ହ୍ରାସ ପାଇଛି।

Breaking News