ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟାରେ ୬୦,୪୭୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୫,୭୦,୮୮୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ହଜାର ୭୨୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୭ ହଜାର ୦୩୧ରେ ପହଞ୍ଚିଛି। ଦିନକରେ ଆଉ ୧ ଲକ୍ଷ ୧୭ ହଜାର ୫୨୫ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୨,୮୦,୪୭୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୧୩,୩୭୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୫,୯୦,୪୪,୦୭୨ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ସ୍ତ୍ରୀ ହାତଗୋଡ଼ ବାନ୍ଧି ଏସିଡ ଢାଳିଲା ସ୍ବାମୀ….
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରୟକୁ ଆଜୀବନ କାରାଦଣ୍ଡ…..
ରାହୁଲଙ୍କ ବିରୋଧରେ ହୋଇଥିବା ମାମଲାର ଶୁଣାଣି ସ୍ଥଗିତ…..