ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ହ୍ରାସ ପାଉଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦,୭୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୨୩,୫୪୬କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୫,୧୩୭ରେ ପହଞ୍ଚିଛି। ଦିନକରେ ୯୭,୭୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୬,୭୮,୩୯୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୬୦,୦୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୭,୨୩,୮୮,୭୮୩ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….