ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ୨୫୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୩୫,୨୨୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୮୮,୧୩୫ରେ ପହଞ୍ଚିଛି। ଦିନକରେ ଆଉ ୭୮,୧୯୦ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୮,୪୪,୧୯୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୦୨, ୮୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୮,୦୦,୩୬,୮୯୮ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..