ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ୨୫୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୩୫,୨୨୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୮୮,୧୩୫ରେ ପହଞ୍ଚିଛି। ଦିନକରେ ଆଉ ୭୮,୧୯୦ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୮,୪୪,୧୯୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୦୨, ୮୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୮,୦୦,୩୬,୮୯୮ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ସ୍ତ୍ରୀ ହାତଗୋଡ଼ ବାନ୍ଧି ଏସିଡ ଢାଳିଲା ସ୍ବାମୀ….
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରୟକୁ ଆଜୀବନ କାରାଦଣ୍ଡ…..
ରାହୁଲଙ୍କ ବିରୋଧରେ ହୋଇଥିବା ମାମଲାର ଶୁଣାଣି ସ୍ଥଗିତ…..