Report Card Odisha

| Daily Odia News

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୭୮୬ କରୋନା ଆକ୍ରାନ୍ତ ଚିହ୍ନଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୭୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୦୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪ ଲକ୍ଷ ୧୧ ହଜାର ୬୩୪ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ରେ ପହଁଚିଛି। ଏଥିସହିତ ଦିନକରେ ୬୧,୫୮୮ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ମୋଟ ୨,୯୪,୮୮,୯୧୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିସାରିଛନ୍ତି । ଦେଶରେ ଏପର୍ଯ୍ୟନ୍ତ ମୋଟ ୪୧.୨୦ କୋଟି ନମୁନା ପରୀକ୍ଷା କରାଯାଇସାରିଛି । ସେହିଭଳି ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ୩୩.୫୭ କୋଟି ପାନ ଟିକା ଦିଆଯାଇସାରିଛି । ଭାରତରେ ସଂପ୍ରତି ୫,୨୩,୨୫୭ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Breaking News