ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗତ ୨୪ ଘଣ୍ଟାରେ ଦେଶରେ ୪୬,୬୧୭ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ୮୫୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪ ଲକ୍ଷ ୫୮ ହଜାର ୨୫୧ରେ ପହଞ୍ଚିଛି। ୨୪ ଘଣ୍ଟାର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୧୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୫ ଲକ୍ଷ ୪୮ ହଜାର ୩୦୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୦୯୬୩୭୪। କୋଭିଡ ନମୁନା ପରୀକ୍ଷା କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି ଏବଂ ଏପର୍ଯ୍ୟନ୍ତ ମୋଟ ୪୧.୪୨ କୋଟି ନମୁନା ପରୀକ୍ଷା କରାଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି। ସେହିଭଳି ଦେଶରେ ଚାଲିଥିବା କୋଭିଡ ଟିକାକରଣ ଅଭିଯାନରେ ଗତକାଲି ସୁଦ୍ଧା ୩୪ କୋଟି ୭୬ ହଜାର ୨୩୨ ପାନ ଟିକା ଦିଆଯାଇସାରିଛି।






More Stories
ହିମସ୍ଖଳନ; ୧୨ ପର୍ବତାରୋହୀ ମୃତ, ୬ ନିଖୋଜ…..
୧୧ରେ ମୋଦି-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା…..
ବାନ୍ଧବୀଙ୍କୁ ଗାଡ଼ି ଚଢାଇ ମାରିଦେଲେ!…..