Report Card Odisha

| Daily Odia News

ଦେଶରେ କରୋନା ସ୍ଥିତି ଅଣାୟତ୍ତ, ୨୪ ଘଣ୍ଟାରେ ୪୭,୨୬୨ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ କରୋନା ସ୍ଥିତି ଅଣାୟତ୍ତ | ବଢ଼ିବାରେ ଲାଗିଛି ସଂକ୍ରମଣଙ୍କ ସଂଖ୍ୟା | ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭,୨୬୨ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଗତକାଲି କମ ସଂକ୍ରମଣ ଥିବା ବେଳେ ଗତବର୍ଷ ନଭେମ୍ବର ମାସ ପ୍ରାରମ୍ଭ ପରେ ଏହା ହେଉଛି ରେକର୍ଡସଂଖ୍ୟକ ସର୍ବାଧିକ ସଂକ୍ରମଣ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭,୨୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭୫ ମୃତ୍ୟୁ ରେକର୍ଡ କରାଯାଇଛି। ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୭,୩୪,୦୫୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୭୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୦,୪୪୧ରେ ପହଞ୍ଚିଛି | ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୯୦୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୧,୫୧,୪୬୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୮,୪୫୭ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫,୦୮,୪୧,୨୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୩ ସୁଦ୍ଧା ସମୁଦାୟ ୨୩,୬୪,୩୮,୮୬୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦, ୨୫,୬୨୮ଟି ନମୁନା।

 

Breaking News