ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଦିନକରେ ୫୯ ହଜାର ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୮,୪୬,୬୫୨କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୫୯,୧୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୨୫୭ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୩୨,୯୮୭ ଜଣ। ଏଯାବତ୍ ଆକ୍ଟିଭ୍ କେସ୍ ୪,୨୧,୦୬୬ ରହିଥିବା ବେଳେ କରୋନା ସଂକ୍ରମଣରେ ପାଖାପାଖି ୧,୬୦,୯୪୯ ଜଣ ପ୍ରାଣ ହରାଇଛନ୍ତି। ଆହୁରି ମଧ୍ୟ ମୋଟ୍ ୧,୧୨,୬୪,୬୩୭ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……