ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଓ ବରଗଡ଼ ଜିଲ୍ଲାରୁ ୮ଜଣ ଲେଖାଏଁ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ରହିଛନ୍ତି । ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..