ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଓ ବରଗଡ଼ ଜିଲ୍ଲାରୁ ୮ଜଣ ଲେଖାଏଁ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ରହିଛନ୍ତି । ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……