ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣର ୨ ୟ ଲହରୀ ଅଧିକ ମାରାତ୍ମକ ହେବାକୁ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୫୬ ହଜାରରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ଆଜି ଦୈନିକ ସଂକ୍ରମଣରେ ସାମାନ୍ୟ କମ୍ ରହିଛି । ତେବେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ, ଦେଶରେ ଗତ ୨୪ଘଣ୍ଟାରେ ୫୬,୨୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ଜଣଙ୍କ ମୃତ୍ୟୁ ହୋଇଛି । ଯାହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୬୨ ହଜାର ୧୧୪ରେ ପହଞ୍ଚିଛି । ସେପଟେ ଗତ ୨୪ଘଣ୍ଟାରେ ୩୭,୦୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୧ କୋଟି ୧୩ ଲକ୍ଷ ୯୩ ହଜାର ୨୧ରେ ପହଞ୍ଚିଛି । ଏବେ ଦେଶରେ ମୋଟ ଆକ୍ଟିଭ୍ କେସ୍ ୫ଲକ୍ଷ ୪୦ ହଜାର ୭୨୦ରେ ରହିଛି ।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..