Report Card Odisha

| Daily Odia News

ରାଜ୍ୟରେ କମୁଛି କରୋନା ସଂକ୍ରମଣ,ବଢୁଛି ମୃତ୍ୟୁ ସଂଖ୍ୟା…….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ ମାମଲା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ହଜାର ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସଂଗରୋଧରୁ ୧, ୯୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୩୯୫ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୫୦୪ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୫, ବାଲେଶ୍ୱର ୧୪୧, ବରଗଡ ୪୬, ଭଦ୍ରକ ୫୭, ବଲାଙ୍ଗିର ୬୭, ବୌଦ୍ଧ ୪୯, କଟକ ୨୯୩, ଦେବଗଡ ୬୭, ଢେଙ୍କାନାଳ ୬୧, ଗଜପତିରୁ ୬୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୪୪, ଜଗତସିଂହପୁର ୭୦, ଯାଜପୁର ୯୯, ଝାରସୁଗୁଡା ୭୪, କଳାହାଣ୍ଡି ୧୦୭, କନ୍ଧମାଳ ୪୩, କେନ୍ଦ୍ରାପଡା ୭୩, କେନ୍ଦୁଝରରେ ୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ କୋରାପୁଟ ୫୯, ମାଲକାନଗିରି ୩୪, ମୟୁରଭଞ୍ଜ ୧୪୫, ନବରଙ୍ଗପୁର ୯୦, ନୟାଗଡ ୧୨୦, ନୂଆପଡା ୧୨୯, ପୁରୀ ୫୬, ରାୟଗଡା ୬୬, ସମ୍ବଲପୁର ୧୧୫, ସୋନପୁର ୩୫, ସୁନ୍ଦରଗଡ ୨୩୭ ଷ୍ଟେଟପୁଲରୁ ୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୯,୧୯୧ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୧ଲକ୍ଷ ୯୩ହଜାର ୩୬୫ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୪୯ହଜାର ୨୪୦କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୭ ହଜାର ୨୧୦ ଜଣ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଜଗତସିଂହପୁର ଜିଲ୍ଲାରୁ ୨ଜଣ ଏବଂ ଢେଙ୍କାନାଳ, କଟକ, ଭଦ୍ରକ, କେନ୍ଦୁଝର, ପୁରୀ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News