Report Card Odisha

| Daily Odia News

ରାଜ୍ୟରେ କମିଲା କରୋନା ସଂକ୍ରମଣ, ୨୦ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୩୫୬ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୭୨ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪୫, ବାଲେଶ୍ୱର ୨୧, ବରଗଡ ୨୧, ଭଦ୍ରକ ୧୨, ବଲାଙ୍ଗିର ୯, ବୌଦ୍ଧ ୨୦, କଟକ ୬୫, ଦେବଗଡ ୯, ଢେଙ୍କାନାଳ ୯, ଗଜପତିରୁ ୩୯ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୧୮, ଜଗତସିଂହପୁର ୧୫, ଯାଜପୁର ୪୫, ଝାରସୁଗୁଡା ୨୪, କଳାହାଣ୍ଡି ୧୦, କନ୍ଧମାଳ ୮, କେନ୍ଦ୍ରାପଡା ୨୫, କେନ୍ଦୁଝରରେ ୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରାପୁଟ ୭୧, ମାଲକାନଗିରି ୧୨, ମୟୂରଭଞ୍ଜ ୩୪, ନବରଙ୍ଗପୁର ୧୧, ନୟାଗଡ ୧୯, ନୂଆପଡା ୧୩, ପୁରୀ ୧୬, ରାୟଗଡା ୨୯, ସମ୍ବଲପୁର ୩୫, ସୋନପୁର ୧୮, ସୁନ୍ଦରଗଡ ୬୨ ଷ୍ଟେଟପୁଲରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୮୪୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୫୭ ହଜାର ୮୪୦ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୭୮ ହଜାର ୧୨୧କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୩୨୪ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲିକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ରାଜ୍ୟରୁ ଆଜି ୨୦ କରୋନା ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କଟକ ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

Breaking News