ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୩୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୨୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୬୨ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୮୬ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୩, ବାଲେଶ୍ୱର ୧୧, ବରଗଡ ୯, ଭଦ୍ରକ ୫, ବଲାଙ୍ଗିର ୭, ବୌଦ୍ଧ ୩, କଟକ ୨୧, ଦେବଗଡ ୫, ଢେଙ୍କାନାଳ ୧୧, ଗଜପତିରୁ ୩୦ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୭, ଜଗତସିଂହପୁର ୭, ଯାଜପୁର ୨୩, ଝାରସୁଗୁଡା ୧୩, କଳାହାଣ୍ଡି ୩, କନ୍ଧମାଳ ୪, କେନ୍ଦ୍ରାପଡା ୧୫, କେନ୍ଦୁଝରରେ ୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରାପୁଟ ୧୨, ମାଲକାନଗିରି ୩, ମୟୂରଭଞ୍ଜ ୨୦, ନବରଙ୍ଗପୁର ୮, ନୟାଗଡ ୧୩, ନୂଆପଡା ୮, ପୁରୀ ୩, ରାୟଗଡା ୨୦, ସମ୍ବଲପୁର ୨୪, ସୁନ୍ଦରଗଡ଼ ୧୬, ଷ୍ଟେଟପୁଲରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୦୪୯ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨୬୮୧୫୮ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୮୬୯ କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୬୩୨ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲାକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ରାଜ୍ୟରେ ଆଜି ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୬ ଜଣ, ବାଲେଶ୍ବର, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, ଢ଼େଙ୍କାନାଳ , କେନ୍ଦ୍ରାପଡ଼ା ଓ ସମ୍ବଳପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……