ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ଗତ ୨୪ ଘଣ୍ଟା ମଧ୍ୟରେ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୪୩ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୧୧ ପଜିଟିଭ୍ । ଯାଜପୁରରୁ ସର୍ବାଧିକ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୩୨, ବାଲେଶ୍ୱର ୬, ବରଗଡ ୮, ଭଦ୍ରକ ୬, ବଲାଙ୍ଗିର ୧, ବୌଦ୍ଧ ୩, କଟକ ୫, ଢ଼େଙ୍କାନାଳ ୩, ଗଜପତିରୁ ୨୭ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୧୭, ଜଗତସିଂହପୁର ୨, ଯାଜପୁର ୫୨, ଝାରସୁଗୁଡା ୧୭, କଳାହାଣ୍ଡି ୪, କନ୍ଧମାଳ ୨, କେନ୍ଦ୍ରାପଡା ୧୨, କେନ୍ଦୁଝରରେ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ୨୫ କୋରାପୁଟ ୧, ମାଲକାନଗିରି ୧, ମୟୂରଭଞ୍ଜ ୧୬, ନବରଙ୍ଗପୁର ୫, ନୟାଗଡ ୨, ନୂଆପଡା ୭, ପୁରୀ ୪, ରାୟଗଡା ୮, ସମ୍ବଲପୁର ୨୯,ସୋନପୁର ୧, ସୁନ୍ଦରଗଡ଼ ୩୯ ଷ୍ଟେଟପୁଲରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮୨୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୧ ହଜାର ୮୪୩ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪, ୩୨୩କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ୩ ହଜାର ୩୭୫ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି
More Stories
ଭିଜିଲାନ୍ସ ଜାଲରେ ଏଏସଆଇ……
ମାସକୁ ଅଢେଇ ଲକ୍ଷ ପାଇବେ ବିଧାୟକ!…..
ଭତ୍ତା ବଢାଇଲେ ମୋହନ ସରକାର…..