Report Card Odisha

| Daily Odia News

ରାଜ୍ୟରେ ଆଜି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୦୫ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୮୩ ପଜିଟିଭ୍ ରହିଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ରାଜ୍ୟର ୩୦ ଜିଲ୍ଲାରୁ ୨୫ ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫ ଜିଲ୍ଲାରେ କୌଣସି କରୋନା ମାମଲା ଆସିନାହିଁ । ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛି । ଅନ୍ୟପଟେ ଆଜି ଗୋଟିଏ ଦିନରେ କରୋନାରୁ ଆଉ ୪୯୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୨ ହଜାର ୯୨୨ ଆକ୍ରାନ୍ତ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୮୨୮ ରହିଛି । ସେହିପରି ରାଜ୍ୟରେ ଏଯାଏ ମୋଟ୍ ୧୨,୮୪.୮୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି |

Breaking News