Report Card Odisha

| Daily Odia News

ରାଜ୍ୟରେ ଆଜି ୧୨୮ କରୋନା ପଜିଟିଭ ଚିହ୍ନଟ,୬ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୩ ଓ ସ୍ଥାନୀୟ ଅଞ୍ଚଳରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୨ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୬୧୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୭୫୬ ରହିଥିବା ବେଳେ ୧ ହଜାର ୭୧୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ରାଜ୍ୟରୁ ଆଜି ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ, ଖୋର୍ଦ୍ଧ, କଟକ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।

Breaking News