ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୨ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୧୧୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୭୬୭ ରହିଥିବା ବେଳେ ୧ ହଜାର ୧୯୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ୪, ବାଲେଶ୍ୱର ୪, ବରଗଡ଼ ୧ , ଭଦ୍ରକ ୧ , ବଲାଙ୍ଗୀର ୨, କଟକ ୨, ଦେଓଗଡ଼ ୨,ଢେଙ୍କାନାଳ ୧ ,ଗଜପତି ୧୪, ଗଞ୍ଜାମ ୧୫, ଜଗତସିଂହପୁର1, ଯାଜପୁର ୮, ଝାରସୁଗୁଡ଼ା ୧୧, କଳାହାଣ୍ଡି ୨, କେନ୍ଦ୍ରାପଡ଼ା ୭, କୋରାପୁଟ ୫, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ସମ୍ବଲପୁର ୫, ସୋନପୁର 1, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।





More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……