ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୬୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ କରୋନା ଅଂରନ୍ତଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୧ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୬୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୬୭୫ ରହିଥିବା ବେଳେ ୮୫୧ ଜଣ ଚିକିତ୍ସିତ ହେଉଛନ୍ତି । ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ୩, ଭଦ୍ରକ ୧ , ବଲାଙ୍ଗୀର ୧ ,କଟକ ୪, ଗଜପତି ୭, ଗଞ୍ଜାମ ୧୨ , ଜଗତସିଂହପୁର ୧ , ଯାଜପୁର୩,ଝାରସୁଗୁଡ଼ା ୨, କଳାହାଣ୍ଡି ୨,କନ୍ଧମାଳ ୧ , ଖୋର୍ଦ୍ଧା ୪ , କୋରାପୁଟ ୩ , ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ୧ , ନୟାଗଡ଼ ୧ , ନୂଆପଡ଼ା ୧ , ପୁରୀ ଜିଲ୍ଲାରୁ ୧ , ସମ୍ବଲପୁର ରୁ ୧୧ଜଣ, ସୋନପୁର ୧, ସୁନ୍ଦରଗଡ଼ ୧,ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ରାଜ୍ୟର ୪ କରୋନା ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।





More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……