ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭ ଓ ସ୍ଥାନୀୟ ଅଞ୍ଚଳରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୭୭୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୭୮୨ ରହିଥିବା ବେଳେ ୮୨୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱର ୧, ବଲାଙ୍ଗୀର ୨, କଟକ ୧, ଦେଓଗଡ଼ ୧, ଗଜପତି ୮, ଜଗତସିଂହପୁର ୧, ଯାଜପୁ ୪ , କନ୍ଧମାଳ ୧ , କେନ୍ଦ୍ରାପଡ଼ା ୧୨ଜଣ, ଖୋର୍ଦ୍ଧା ରୁ ୧୦ଜଣ, କୋରାପୁଟ ୭, ମୟୁରଭଞ୍ଜ ୨ଜଣ, ନବରଙ୍ଗପୁର ୧ , ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧ , ସମ୍ବଲପୁର ରୁ ୯ , ସୋନପୁର ଜିଲ୍ଲାରୁ ୧ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
More Stories
ତିନି ମାସ ଅପେକ୍ଷା କରିବେ ସରକାର …..
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ…….
ଭୁବନେଶ୍ୱରରେ ରାଷ୍ଟ୍ରପତି…..