ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୫୪୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ୩ , ବଲାଙ୍ଗୀର ୧, କଟକ ଜିଲ୍ଲାରୁ ୧ ,ଢେଙ୍କାନାଳ ୧, ଗଜପତି ୬, ଗଞ୍ଜାମ ୧ , ଯାଜପୁର ୨, କଳାହାଣ୍ଡି ୧ , କେନ୍ଦ୍ରାପଡ଼ା ୩ , ଖୋର୍ଦ୍ଧା ୩, କୋରାପୁଟ ୪, ମୟୁରଭଞ୍ଜ ଜିଲ୍ଲାରୁ ୨, ପୁରୀ ୧, ସୁନ୍ଦରଗଡ଼ ୭ଜଣ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……