ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ସବୁଠୁ କମ ସଂଖ୍ୟ କ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି । ସେହି ଆକ୍ରାନ୍ତଙ୍କ ମଧ୍ୟରେ ରହିଛନ୍ତି ବାଲେଶ୍ୱର ଜିଲ୍ଲାରୁ ୧,ବଲାଙ୍ଗୀର ୧, ଯାଜପୁର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧ ରହିଛନ୍ତି ।






More Stories
ପାଣ୍ଡିଆନ ଆମ ନେତା ନୁହନ୍ତି……
ବାଂଲାଦେଶ ହିଂସା ଉସୁକାଉଛି ପାକ୍ ସେନା,ଆଇଏସ୍ଆଇ…..
ଚିଟ୍ଫଣ୍ଡ ଜମାକାରୀ ପାଇବେ ଟଙ୍କା….