ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ହ୍ରାସ ପାଉଛି । ଦିନକରେ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୩୪କୁ ବୃଦ୍ଧି ପାଇଛି। ସେହିପରି ଆଉ ୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟର ୨୨ ଜିଲ୍ଲା କରୋନା ମୁକ୍ତ ରହିଛି। ମାତ୍ର ୮ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଅଙ୍କରେ ସୀମିତ ରହିଛି । ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ରହିଛନ୍ତି ।
More Stories
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..
୧୯ ଘଣ୍ଟା ଅଟକ ପରେ ବିଧାୟକଙ୍କୁ ଛାଡିଲା ପୋଲିସ…..
ସାପ କୁ ଆଘାତ ଦେଲେ ଝିଅ ଦେହରେ ଦାଗ……