ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଆଜି ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୫୪ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୫୩୬ ରହିଥିବା ବେଳେ ୧୪୪ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ବଲାଙ୍ଗିର ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….