ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୩୫ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୬୫୨ ରହିଥିବା ବେଳେ ୧୦୭ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..
ଓଡ଼ିଶା ଆସିବେ ରାଷ୍ଟ୍ରପତି….
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….