ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ । ଗତ ୨୪ ଘଣ୍ଟାରେ ମଧ୍ୟରେ ରାଜ୍ୟରେ ୬,୦୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୩,୪୪୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟସ୍ ୨,୬୫୧ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୩୭,୨୨୬ରେ ପହଞ୍ଚିଛି | ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୨ଜଣ, ବରଗଡ଼ ଜିଲ୍ଲାରୁ ୧୦୭ଜଣ, ଭଦ୍ରକ ଜିଲ୍ଲାରୁ ୨୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩୦ଜଣ, କଟକ ଜିଲ୍ଲାରୁ ୬୪୭ଜଣ, ଦେଓଗଡ଼ ଜିଲ୍ଲାରୁ ୨୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨୬ଜଣ, ଯାଜପୁର ଜିଲ୍ଲାରୁ ୪୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୧୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୧୭ଜଣ, କୋରାପୁଟ ଜିଲ୍ଲାରୁ ୧୨୬ଜଣ, ମାଲକାନଗିରି ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୨୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୬୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ଜଣ , ଷ୍ଟେଟ୍ ପୁଲ୍ରୁ ୧୫୧ଜଣ ରହିଛନ୍ତି । ଆକ୍ଟିଭ୍ କେସ୍ ୬୯,୩୩୩ ରହିଥିବା ବେଳେ ,୬୪,୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଖୋର୍ଦ୍ଧାରୁ ସର୍ବାଧିକ ୧,୦୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ଖୋର୍ଦ୍ଧାରୁ ୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
More Stories
ରାହୁଲ ଙ୍କୁ ଏସ ଜୟଶଙ୍କରଙ୍କ କଟାକ୍ଷ….
ସ୍ୱର୍ଣ୍ଣ ପଦକ ବିଜେତା ଡ଼କ୍ଟର ସୁର୍ଯ୍ୟପ୍ରକାଶଙ୍କୁ ଆନ୍ତର୍ଜାତୀୟ ଫେଲୋସିପ୍ ….
ମଙ୍କିପକ୍ସ ଟିକାକୁ ହୁ’ର ଅନୁମୋଦନ…..