Report Card Odisha

| Daily Odia News

ରାଜ୍ୟରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ୧୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ସଂକ୍ରମିତ ୪୬ଜଣ ରହିଥିବା ବେଳେ ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୫ ସଂକ୍ରମିତ ଥିବା ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୧, ଷ୍ଟେଟପୁଲରୁ୧୪ ଓ ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ସମ୍ବଲପୁରରୁ ୪, ଯାଜପୁରରୁ ୨ ଓ ପୁରୀରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା କୁହାଯାଇଛି । ଗୋଟିଏ ଦିନରେ ୫୨ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ମୋଟ୍‌ ୫୧୭ ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାପଡ଼ିଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଏଯାଏ ମୋଟ୍‌ ୧୨,୮୯,୪୪୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧୨,୭୯,୭୪୫ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

Breaking News