Report Card Odisha

| Daily Odia News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ କରୋନା ସଂକ୍ରମିତ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୦୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୩୩ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୪୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୭୧ ଆକ୍ରାନ୍ତ ଥିବା ଜଣାପଡିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୧୯, ଷ୍ଟେଟପୁଲରୁ ୭୧, ସୁନ୍ଦରଗଡରୁ ୮୦, ସମ୍ବଲପୁରରୁ ୩୦, ପୁରୀ ଓ ମୟୂରଭଞ୍ଜରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୬, ୧୩୨କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୪୨୬୨ ରହିଛି । ୨୪ ଘଣ୍ଟା ମଧ୍ୟରେ ୪୨୦ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୨,୬୯୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Breaking News