Report Card Odisha

| Daily Odia News

ରାଜ୍ୟରେ ଆଜି ୫୮୩ କରୋନା ପଜିଟିଭ୍ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୭୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

 

Breaking News