Report Card Odisha

| Daily Odia News

ରାଜ୍ୟରେ ୩ ହଜାର ୩୧ କରୋନା ସଂକ୍ରମିତ ଚିହ୍ନଟ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୧,୭୩୮ ଥିବାବେଳେ ଲୋକାଲ କେସ୍ ୧,୨୯୩ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ୩୮୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧୨୧, ବାଲେଶ୍ୱରରୁ ୨୯୦, ବରଗଡ଼ରୁ ୩୯, ଭଦ୍ରକରୁ ୧୩୫, ବଲାଙ୍ଗିରରୁ ୩୦, ବୌଦ୍ଧରୁ ୪୦, କଟକରୁ ୨୯୫, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୯୦, ଗଜପତିରୁ ୨୫, ଗଂଜାମରୁ ୨୬, ଜଗତସିଂହପୁରରୁ ୧୦୭, ଯାଜପୁରରୁ ୨୨୬, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୩୯, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୮, କେନ୍ଦୁଝରରୁ ୬୮, କୋରାପୁଟରୁ ୬୮, ମାଲକାନଗିରିରୁ ୪୩, ମୟୂରଭଂଜରୁ ୧୬୭, ନବରଙ୍ଗପୁରରୁ ୬୩, ନୟାଗଡ଼ରୁ ୧୪୦, ନୂଆପଡ଼ାରୁ ୨୦, ପୁରୀରୁ ୧୮୦, ରାୟଗଡ଼ାରୁ ୪୪, ସମ୍ବଲପୁରରୁ ୩୦, ସୁବର୍ଣ୍ଣପୁରରୁ ୨୨, ସୁନ୍ଦରଗଡ଼ରୁ ୮୦ ଏବଂ ଷ୍ଟେଟପୁଲରୁ ୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୫୦୮୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୮,୪୦,୨୧୪ ଜଣ ରୋଗୀ କରୋନାକୁ ମାତ ଦେଇ ଭଲ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଆକ୍ଟିଭ କେସ୍‌ ୩୬,୬୩୩ ରହିଛି।

Breaking News