ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜଣ ୪୯୫ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୫୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୦ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ରେ ପହଞ୍ଚିଛି । ସେହି ପରି ଆଜିର କରୋନା ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୨ ଜଣ, ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ରାଜ୍ୟରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ…..
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….
ବଢ଼ିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ…..