ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୨ ଜଣ ପିଲା ରହିଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩୫୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୫୫ଟି ହେଉଛି ଲୋକାଲ୍ କେସ୍ ରହିଛି। ଏହି ନୂଆ କାରବତାଙ୍କୁ ମିଶାଇ ରାଜ୍ୟରେ ମୋଟ କାରଣ ଆକ୍ରାନ୍ତଂକ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୬୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୭ ହଜାର ୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୬,୯୯୬ ଜଣ ଚିକିତ୍ସାଧୀନ ଅଛନ୍ତି। ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୩, ଅନୁଗୋଳରୁ ୧୨, ବାଲେଶ୍ୱରରୁ ୩୧, ବରଗଡ଼ରୁ ୯, ଭଦ୍ରକରୁ ୧୮, ବଲାଙ୍ଗିରରୁ ୪, ଦେବଗଡ଼ରୁ ୪, ଢେଙ୍କାନାଳରୁ ୮, ଗଜପତିରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୧, ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୮, କୋରାପୁଟରୁ ୬, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୧, ନବରଙ୍ଗପୁରରୁ ୫, ନୟାଗଡ଼ାରୁ ୫, ପୁରୀରୁ ୨୦, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୬, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟ୍ ପୁଲ୍ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି। ୪ଟି ଜିଲ୍ଲା- ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ସେହିପରି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି। ଏହି ୮ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ବାଲେଶ୍ୱରରୁ ଜଣେ ଅଛନ୍ତି। ଏହା ସହିତ ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୬୮କୁ ବୃଦ୍ଧି ପାଇଥିବା ବେଳେ ଗଞ୍ଜାମରେ ୪୭୩, ପୁରୀରେ ୪୪୩ ଓ ବାଲେଶ୍ୱରରେ ୨୮୫କୁ ବୃଦ୍ଧି ପାଇଛି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..