ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୩୬୭ ଓ ସ୍ଥାନୀୟ ସଂକ୍ରମିତ ୨୬୧ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୯୬ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲ୍ଲାରେ ୫, ବାଲେଶ୍ୱର ୨୨, ବରଗଡ ୭, ଭଦ୍ରକ ୭ ଓ ବଲାଙ୍ଗିରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ଜିଲ୍ଲାରେ ୭୨, ଦେବଗଡ ୧, ଢେଙ୍କାନାଳ ୫, ଗଞ୍ଜାମ ୧, ଜଗତସିଂହପୁର୨୬ ଓ ଯାଜପୁରରେ ୧୯ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଝାରସୁଗୁଡାରେ୩, କେନ୍ଦ୍ରାପଡା ୯, କେନ୍ଦୁଝର ୧୬, ଖୋର୍ଦ୍ଧା ୨୯୧ ଓ କୋରାପୁଟରେ ୧୮ ଚିହ୍ନଟ ହୋଇଛନ୍ତି। ମୟୁରଭଞ୍ଜରେ ୨୨, ନୟାଗଡ ୭, ପୁରୀ ୯, ରାୟଗଠର ୪, ସମ୍ବଲପୁର ୮, ସୁନ୍ଦରଗଡ ୨୨ ଓ ଷ୍ଟେଟପୁଲରୁ ୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୬୮୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସଂପ୍ରତି ରାଜ୍ୟରେ ୫୯୦୬ ସକ୍ରିୟ କରୋନା ରୋଗୀ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ଆଜିର ଏଜି ୪ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Discussion about this post