ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଆଜିର ଚିହ୍ନଟ ଆକ୍ରାନ୍ତଂକୁ ମଧ୍ୟରେ ସଂଗରୋଧରୁ ୨୬୮ ଓ ସ୍ଥାନୀୟ ସଂକ୍ରମିତ ୧୯୪ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରୁ ୬, ବାଲେଶ୍ୱର ୧୧, ବରଗଡ ୪, ଭଦ୍ରକ ୧୬, ବଲାଙ୍ଗିରରେ ୨ ଜଣ ଚିହ୍ନଟ ହୋଇଛନ୍ତି। କଟକ ଜିଲାରେ ୩୦, ଦେବଗଡ ୧, ଢେଙ୍କାନାଳ ୨, ଗଜପତି ୨, ଗଞ୍ଜାମ ୨ ଓ ଜଗତସିଂହପୁରରେ ୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଯାଜପୁରରେ ୨୮, ଝାରସୁଗୁଡା ୪, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡା ୧୦, କେନ୍ଦୁଝରରେ ଜଣେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୨୦୧, ମୟୁରଭଞ୍ଜ ୧୩, ନୟାଗଡ ୫, ନୂଆପଡା ୧, ପୁରୀ ୧୩ ଓ ରାୟଗଡାରେ ୪ ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରେ ୧୨, ସୋନପୁର ୧, ସୁନ୍ଦରଗଡ ୧୬ ଓ ଷ୍ଟେଟପୁଲରୁ ୪୩ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୬୦୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥିସହିତ ରାଜ୍ୟରେ ସଂପ୍ରତି ୫୩୫୧ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ଆଜି ରାଜ୍ୟରେ ୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି |
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……