ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୮୧ ଓ ସ୍ଥାନୀୟ ସଂକ୍ରମିତ ୧୯୭ ଜଣ ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ରହିଛନ୍ତି । ଅନୁଗୁଳ ଜିଲାରେ ୭, ବାଲେଶ୍ୱର ୨୫, ଭଦ୍ରକ ୪, କଟକରେ ୫୭ ଜଣ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରେ ୧୨, ଗଜପତି ୨, ଗଞ୍ଜାମ ୩, ଜଗତସିଂହପୁର ୨୯, ଯାଜପୁର ୧୬ ଓ ଝାରସୁଗୁଡାରେ ୭ ଜଣ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲାରେ ୧, କେନ୍ଦ୍ରାପଡା ୩, କେନ୍ଦୁଝର ୧, ଖୋର୍ଦ୍ଧା ୨୧୧, ମାଲକାନଗିରିରେ ଜଣେ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜ ଜିଲାରେ ୧୩, ନୟାଗଡ ୨, ପୁରୀ ୧୪, ସମ୍ବଲପୁରରେ ୧୨ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ସୋନପୁର ୧, ସୁନ୍ଦରଗଡ ୧୦ ଓ ଷ୍ଟେଟପୁଲରୁ ୪୭ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ରାଜ୍ୟରେ ୬୯୧ ଜଣ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୫୩୩୬ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେଭଳି ଆଜିର ୭ କରୋନା ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……