Report Card Odisha

| Daily Odia News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ,୪ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ କରୋନା ଆକ୍ରାନ୍ତଂକର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୪୬ ଓ ସ୍ଥାନୀୟ ସଂକ୍ରମିତ ୨୪୭ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ଶିଶୁ ଓ କିଶୋର ୮୦ ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରେ ୪, ବାଲେଶ୍ୱର ୧୧, ବରଗଡ ୧, ଭଦ୍ରକ ୪, ବଲାଙ୍ଗିରରେ ଜଣେ ଚିହ୍ନଟ ହୋଇଛନ୍ତି । କଟକରେ ୮୪, ଦେବଗଡ ୨, ଢେଙ୍କାନାଳ ୪, ଗଞ୍ଜାମ ୨, ଜଗତସିଂହପୁର ୨୨, ଯାଜପୁର ୧୪ ଓ କଳାହାଣ୍ଡିରେ ୫ ଜଣ ଚିହ୍ନଟ ହୋଇଛନ୍ତି । କନ୍ଧମାଳରେ ୧, କେନ୍ଦ୍ରାପଡା ୯, ଖୋର୍ଦ୍ଧା ୨୯୦, କୋରାପୁଟ ୧, ମୟୁରଭଞ୍ଜରେ ୨୭ ଜଣଙ୍କୁ ଚିହ୍ନଟ କରାଯାଇଛି । ନୟାଗଡ ଜିଲାରେ ୪, ପୁରୀ ୨୩, ସମ୍ବଲପୁର ୯, ସୋନପୁର, ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୬୬ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୫୫୭ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୪୯୬୭ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି |

Breaking News