Report Card Odisha

| Daily Odia News

ରାଜ୍ୟରେ ୪୪୮ କରୋନା ପଜିଟିଭ ଚିହ୍ନଟ,୬ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୪୪୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୫୯ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୮୯ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୫୯ ଜଣ ରହିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୨୦୮ଜଣ, କଟକରୁ ୪୮ ଓ ଜଗତସିଂହପୁରରୁ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୨ହଜାର ୧୪୪କୁ ବୃଦ୍ଧି ପାଇଛି । ସେହିପରି ୬ କରୋନା ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

Breaking News