Report Card Odisha

| Daily Odia News

ରାଜ୍ୟରେ ୫ ଶହ ଟପିଲା କରୋନା ସଂକ୍ରମଣ,୭ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ | ଦିନକରେ ୬୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଆକ୍ରାନ୍ତନକର ମୃତ୍ୟୁ ହୋଇଛି | ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୫୭ ଓ ସ୍ଥାନୀୟ ସଂକ୍ରମିତ ୨୫୮ ଜଣ ରହିଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୮ ଜଣ ଥିବା ଜଣାଯାଇଛି । ରାଜ୍ୟର ଅନୁଗୁଳ ଜିଲାରେ ୪, ବାଲେଶ୍ୱର ୧୨, ବରଗଡ ୩, ଭଦ୍ରକ ୭, ବଉଦ ୧ ଓ କଟକ ଜିଲ୍ଲାରେ ୭୨ ଜଣ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ୧, ଗଞ୍ଜାମ ୩, ଜଗତସିଂହପୁର ୮, ଯାଜପୁର ୯, ଝାରସୁଗୁଡା ୨, କେନ୍ଦ୍ରାପଡା ୧୦, କେନ୍ଦୁଝର ୩ ଓ ଖୋର୍ଦ୍ଧାରୁ ୩୨୩ ଚିହ୍ନଟ ହୋଇଛନ୍ତି । କୋରାପୁଟରେ ୪, ମୟୁରଭଞ୍ଜ ୨୮, ନୟାଗଡ ୩, ନୂଆପଡା ୩, ପୁରୀ ୧୫, ରାୟଗଡା ୧, ସମ୍ବଲପୁର ୧୯, ସୁନ୍ଦରଗଡ ୮ ଏବଂ ଷ୍ଟେଟପୁଲରୁ ୭୬ ଚିହ୍ନଟ ହୋଇଛନ୍ତି । ଦିନକରେ ୫୪୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୫୨୦୩ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଆଜିର କରୋନା ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି | ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News