ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୯୯ ଓ ସ୍ଥାନୀୟ ସଂକ୍ରମିତ ୧୪୧ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୦ ଜଣ ଥିବା ଜଣାଯାଇଛି । ଅନୁଗୁଳ ଜିଲାରୁ ୩, ବାଲେଶ୍ୱର ୧୩, ବରଗଡ ୬, ବଲାଙ୍ଗିର ୧, କଟକ ୪୩, ଦେବଗଡରୁ ଜଣେ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ୧, ଗଞ୍ଜାମ ୪, ଜଗତସିଂହପୁର ୧୦, ଯାଜପୁର ୯, କେନ୍ଦ୍ରାପଡା ୧୫, ଖୋର୍ଦ୍ଧାରୁ ୧୪୯ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି କୋରାପୁଟରୁ ୩, ମୟୁରଭଞ୍ଜ ୧୪, ନବରଙ୍ଗପୁର ୧, ନୟାଗଡ ୨, ପୁରୀ ୭, ରାୟଗଡାରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୨, ସୁନ୍ଦରଗଡ ୨, ଷ୍ଟେଟପୁଲରୁ ୩୬ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକରେ ୫୦୮ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ରାଜ୍ୟରେ ସଂପ୍ରତି ୪୮୨୪ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।
More Stories
ଆସନ୍ତାକାଲି ଆସିବ ମହାରାଷ୍ଟ୍ର-ଝାଡ଼ଖଣ୍ଡ ନିର୍ବାଚନ ଫଳ…..
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….
ବଢ଼ିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ…..