ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୫୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୩୧୮ ଏବଂ ସ୍ଥାନୀୟ ସଂକ୍ରମିତ ୨୩୧ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ ବର୍ଗର ୭୦ ଜଣ ରହିଥିବା ଜଣାଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୮୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱର ୧୨, ବରଗଡ ୨, ଭଦ୍ରକ ୪ ଓ ବଲାଙ୍ଗିରରୁ ଜଣେ ଚିହ୍ନଟ ହୋଇଛନ୍ତି । କଟକ ୫୦, ଦେବଗଡ ୮, ଢେଙ୍କାନାଳ ୬, ଜଗତସିଂହପୁର ୯, ଯାଜପୁର ୧୩, ଝାରସୁଗୁଡା ୨, କଳାହାଣ୍ଡି ୪, କେନ୍ଦ୍ରାପଡା ୭, ଖୋର୍ଦ୍ଧାରୁ ୨୯୬ ଜଣଙ୍କୁ ଚିହ୍ନଟ କରାଯାଇଛି । କୋରାପୁଟରେ ୩, ମୟୁରଭଞ୍ଜ ୧୩, ନୟାଗଡ ୧୦, ନୂଆପଡା ୬, ପୁରୀ ୯, ରାୟଗଡା ୧ ଓ ସମ୍ବଲପୁରରେ ୧୬ ଜଣ ଚିହ୍ନଟ ହୋଇଛନ୍ତି । ସୋନପୁର ୧, ସୁନ୍ଦରଗଡ ୭ ଏବଂ ଷ୍ଟେଟପୁଲରୁ ୬୭ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୪୯୭ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୪୬୭୩ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି ।ଆଜିର ୨ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୮ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ପ୍ରାଣହାନି ଘଟିଛି ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….