ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଦିନକ ମଧ୍ୟରେ ୩୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୩ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୬ ଏବଂ ସ୍ଥାନୀୟ ସଂକ୍ରମିତ ୧୩୦ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୧ ଜଣ ଥିବା ଜଣାଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୭୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ବାଲେଶ୍ୱରରେ ୧, ଭଦ୍ରକ ୧, ବଲାଙ୍ଗିର ୧୦, କଟକ ୩୨, ଢେଙ୍କାନାଳ ୪, ଗଜପତି ୧ ଓ ଗଞ୍ଜାମରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରେ ୪, ଯାଜପୁର ୯, ଝାରସୁଗୁଡା ୨, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡା ୮, ଖୋର୍ଦ୍ଧା ୧୫୨, ମାଲକାନଗିରି ୧, ମୟୁରଭଞ୍ଜରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି । ନୟାଗଡରେ ୩, ପୁରୀ ୨, ରାୟଗଡା ୧, ସମ୍ବଲପୁର ୭, ସୋନପୁର ୧, ସୁନ୍ଦରଗଡ ୬ ଓ ଷ୍ଟେଟପୁଲରୁ ୩୫ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୪୫୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୪୨୩୭ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଛନ୍ତି । ରାଜ୍ୟର ଅନଗୁଳ, ବାଲେଶ୍ୱର ଓ ଗଞ୍ଜାମ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୩୬ ବୃଦ୍ଧି ପାଇଛି | ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..